ପ୍ରଫେଶର ଗଣେଶୀ ଲାଲ ଲୋକାର୍ପିତ କଲେ ବିପିସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟ

ଡେଙ୍ଗୁରା

Dengura

 

 

ଆଜି ବଲାଙ୍ଗୀରରେ ବିପିସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟ ଲୋକାର୍ପିତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନ୍ତ୍ରୀ ଅରୁଣ ସାହୁ ଓ ସାଂସଦ ସଙ୍ଗୀତା ସିଂହଦେଓ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି । ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବଲାଙ୍ଗୀରରେ ବିପିସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟ ଲୋକାର୍ପଣ କରିଛନ୍ତି  । ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଥିଲା କିନ୍ତୁ ଖରାପ ପାଗ ଯୋଗୁଁ ଉପରାଷ୍ଟ୍ରତିଙ୍କ ବଲଙ୍ଗୀର ଗସ୍ତ କାର୍ଯ୍ୟକ୍ରମ ବାତିଲ ପରେ ଲୋକାର୍ପଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଏହି କାର୍ଯ୍ୟକ୍ରମରେ  ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ସଙ୍ଗୀତା ସିଂହଦେଓ, ମନ୍ତ୍ରୀ ଅରୁଣ ସାହୁ ଓ ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର । ୧୯ ମାସରେ ୧୦୩ କୋଟି ଟଙ୍କା ବ୍ୟୟରେ ଏହି ବଟଲିଂ ପ୍ଲାଣ୍ଟ ନିର୍ମିତ ହୋଇଛି। ବଟଲିଂ ପ୍ଲାଣ୍ଟରେ ବାର୍ଷିକ ୪୨ ଲକ୍ଷ ସିଲିଣ୍ଡର ଉତ୍ପାଦନ କରିବା କ୍ଷମତା ରହିଛି।

 

Leave a Reply

Your email address will not be published. Required fields are marked *

Comments

:)