ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଡେଙ୍ଗୁରା

Dengura

 ଆଜିଠୁ ରାଜ୍ୟର ଅନେକ ସ୍ଥାନରେ କୋହଲା ପାଗ ସାଙ୍ଗକୁ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ଓ ୮ ତାରିଖରୁ ତାତି ବଢିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଓଡ଼ିଶାର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଥିବା ବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ଝିପି ଝିପି ବର୍ଷା ଆରମ୍ଭ ହୋଇଛି । ଆଜିଠାରୁ ବର୍ଷାର ପରିମାଣ ବଢିବ । ଆଜି ୧୨ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।   ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ , କଟକ, ବୈାଦ୍ଧ, କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡିରେ ବର୍ଷା ହେବ । ଏହି ସବୁ ସ୍ଥାନରେ ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାରେ ସତର୍କତା ଅବଲମ୍ବନ କରିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି  

Leave a Reply

Your email address will not be published. Required fields are marked *

Comments

:)