ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ

ଡେଙ୍ଗୁରା

Dengura

 

ରାଜ୍ୟରେ ସଂକ୍ରମଣ ହାର କ୍ରମାଗତ ଭାବରେ ଖସୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ ।  ଗତ 24 ଘଣ୍ଟାରେ କରୋନାରେ ମୃତ୍ୟୁ ସଂଖ୍ୟା 57 । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣ ରହିଥିବା ବେଳେ, ପୁରୀ ଓ ସୁନ୍ଦରଗଡ଼ , ବରଗଡ଼, ଗଞ୍ଜାମ, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କୋରାପୁଟ, କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ, ଅନୁଗୁଳ ଓ ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଦେବଗଡ଼, ରାୟଗଡ଼ା, ବାଲେଶ୍ୱର, କଟକ,  ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published. Required fields are marked *

Comments

:)